
ପ୍ରମୋଦ ନାୟକ(ଭୁବନେଶ୍ୱର) ୦୯।୧୦ : କଳ୍ପନା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗ୍ରାଣ୍ଡ ଆଇଟେନ କାର୍ ପିଟିଲା କଦଳୀ ବେପାରୀଙ୍କୁ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାଇ,ରାଜମହଲ ଛକ ପଟୁ କଳ୍ପନା ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ଏକ ଗ୍ରାଣ୍ଡ ଆଇଟେନ କାର୍ ରାସ୍ତା କଡ଼ରେ ଟ୍ରଲିରେ ବିକ୍ରି କରୁଥିବା କଦଳୀ ବେପାରୀଙ୍କୁ ଧକ୍କା ଦେଇଥିଲା। ଯାହାଫଳରେ କଦଳୀ ବେପାରୀ ଜଣଙ୍କ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ କଦଳୀ ବେପାରୀଙ୍କ ମୃତ୍ୟୁ ଘଟିଛି । ଯାହାକୁ ନେଇ ସେଠାରେ କିଛି ସମୟ ଲାଗି ଉତ୍ତେଜନା ସୃଷ୍ଟି ହୋଇଥିଲା ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ନିଶାସକ୍ତ ଅବସ୍ଥାରେ ଗ୍ରାଣ୍ଡ ଆଇଟେନ କାର ଚାଳକ,ଗାଡି ଚଳାଉ ଥିଲେ ।ଯାହାଫଳରେ ଏପରି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ କମିଶନରେଟ୍ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।