
ବାସ୍ତବ ବ୍ୟୁରୋ : କୋଣାର୍କରେ ଡିସେମ୍ବର ୧ରୁ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଏ ବର୍ଷ ଇକୋ ରିଟ୍ରିଟ୍କୁ ଅଧିକ ଆକର୍ଷଣୀୟ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।
ସମର୍ଥ ବର୍ମା କହିଛନ୍ତି, ପର୍ଯ୍ୟଟକମାନଙ୍କ ପାଇଁ ୭୦ଟି ଲଜ୍ ପାଇଁ ଟେଣ୍ଟ କରାଯିବ। ତାରକା ହୋଟେଲ ଭଳି ସୁବିଧା ରହିବ। ଇକୋ ରିଟ୍ରିଟ୍ ସମୟରେ ଜଳକ୍ରୀଡ଼ା, ବିଚ୍ ସ୍ପୋର୍ଟସ୍ ଓ ଇଣ୍ଡୋର ଗେମ୍ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ, ପାଣି, ମୋବାଇଲ ନେଟଓ୍ୱାର୍କ ସହ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ, ସୁରକ୍ଷା ବ୍ୟବସ୍ଥା ଓ ୨୪ ଘଣ୍ଟିଆ ଲାଇଫ୍ ଗାର୍ଡ ବ୍ୟବସ୍ଥା କରାଯିବ।
ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ। ପର୍ଯ୍ୟଟନ ବିଭାଗ, ଜିଲ୍ଲା ପ୍ରଶାସନ ଓ ଇ-ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।



