
ବାସ୍ତବ ବ୍ୟୁରୋ: ଦାୟିତ୍ବ ଗ୍ରହଣ କରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତ କାଳରେ ସେ ରାଜଭବନରେ ଅବସ୍ଥାନ କରିବେ ଓ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ୧୧ ତାରିଖରେ ଦିଲ୍ଲୀ ଫେରିଯିବେ। ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି।