
ବାସ୍ତବ ବ୍ୟୁରୋ: ବିଷ୍ପୋରଣରେ ଥରିଲା ଆଫଗାନିସ୍ତାନ । ଆଜି (ବୁଧବାର) ଉତ୍ତର ଆଫଗାନିସ୍ତାନର ଏକ ମଦରସାରେ ବୋମା ବିଷ୍ପୋରଣ ହୋଇଛି । ଯେଉଁଥିରେ ପାଖାପାଖି ୧୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଅଧିକ ଆହତ ହୋଇଛନ୍ତି । ମୃତକ ଏବଂ ଆହତଙ୍କ ମଧ୍ୟରେ ଅଧିକାଂଶ ଶିଶୁ ରହିଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନମାଜ ପାଠ ବେଳେ ଭୟଙ୍କର ବିସ୍ଫୋରଣ।
ତାଲିବାନ ଜଣେ ଅଧିକାରୀଙ୍କ କହିବା ମୁତାବକ ଉତ୍ତର ଆଫଗାନିସ୍ତାନର ଏକ ମଦରାସାରେ ନମାଜ ପାଠ ବେଳେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ସ୍କୁଲ ଛାତ୍ର ଅଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସଂସ୍ଥା ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିନଥିବା ବେଳେ ଏହା ପଛରେ ଆଇଏସ୍ଆଇଏସ୍ର ହାତ ଥିବା ସନ୍ଦେହ କରାଯାଉଛି।