ବାସ୍ତବ ବ୍ୟୁରୋ : ଆଜିଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ। ଏହି ମହୋତ୍ସବ ୨୮ ତାରିଖ ଯାଏ ଚାଲିବ। ବଲିଉଡ ଓଲିଉଡ କଳାକାରଙ୍କର ଏହି ମହୋତ୍ସବରେ ସମାଗମ ହୋଇଥାଏ। କରୋନାର ଦୁଇ ବର୍ଷ ପରେ ବେଳାଭୂମି ମହୋତ୍ସବ ଆୟୋଜନ ହୋଇଥିବାରୁ ପ୍ରବଳ ଭିଡ଼ ହେବାର ସମ୍ଭାବନା। ଭିଡ଼ ନିୟନ୍ତ୍ରଣ ପାଇଁ ୪୦ଟି ସିସିଟିଭି କ୍ୟାମେରା ସହ ମେଳା ମଝିରେ ଓ୍ୱାଚ୍ ଟାଓ୍ୱାର ରହିବ। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୧୨ ପ୍ଲାଟୁନ୍ ଫୋର୍ସ ସହ ବରିଷ୍ଠ ପୁଲିସ୍ ଅଧିକାରୀ ମୁତୟନ ରହିବେ ବୋଲି କହିଛନ୍ତି ବ୍ରହ୍ମପୁର ଏସପି।
ଏଥର ମହୋତ୍ସବରେ ୨୫୦ଟି ଷ୍ଟଲ ଖୋଲିବା ସହ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସାଂସ୍କୃତିକ ଦଳ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ତେବେ କରୋନାର ସତର୍କତା ନେଇ ନିର୍ଦ୍ଦେଶ ଆସିବା ପରେ ମହୋତ୍ସବ ପାଳନ ନେଇ ଆଶଙ୍କା ଦେଖାଦେଇଛି। ସେପଟେ ପ୍ରବଳ ଭିଡକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ୍ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
