ସ୍ବାସ୍ଥ୍ୟ ସେବାର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବାସ୍ତବ ବ୍ୟୁରୋ: ସ୍ବାସ୍ଥ୍ୟ ସେବାର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାନୁଯାୟୀ, କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ.; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବ୍ରହ୍ମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।

ଓଡ଼ିଶାର ଗାଁ ଗହଳିରେ ବଡ ମେଡ଼ିକାଲ୍ ଭାବେ ଜଣାଶୁଣା କଟକର ଶ୍ରୀରାମ ଚନ୍ଦ୍ର ଭଂଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର।

ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି। ତେବେ ବିଭାଗୀୟ କାର୍ଯାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି, ରାଜ୍ୟ ସରକାର ନିର୍ଦ୍ଧାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା

Thu Jan 5 , 2023
ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ଆରମ୍ଭ କରି ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ। ଆଜି(ଗୁରୁବାର) ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି। ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ […]

You May Like

Pin It on Pinterest