ଆଉ ଦୁଇଦିନ ଥଣ୍ଡାରେ ଥରିବ ଓଡିଶା…

ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା, ଆଉ ଦୁଇଦିନ ଥଣ୍ଡାରେ ଥରିବ ଓଡିଶା । ୨/୩ ଦିନ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି କମିବ।

ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଆସନ୍ତାକାଲି(ରବିବାର) ସକାଳ ସାଢ଼େ ୮ଟା ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ଯାଏ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଶୀତ ଲହରି ଅନୁଭୂତ ହେବାର ସମ୍ଭାବନା ରହିଥିବାବେଳେ ୮ ତାରିଖ ସକାଳୁ ୯ ତାରିଖ ସକାଳ ଯାଏ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ,ମୟୁରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଶୀତ ଲହରି ଅନୁଭୂତ ହେବାର ସମ୍ଭାବନା ରହିଛି ।

କିନ୍ତୁ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ ଅନୁଯାୟୀ, ଆସନ୍ତା ୮ତାରିଖରୁ ରାଜ୍ୟରେ ଶୀତ କମିବ। ଏହାପରେ ସପ୍ତାହେ ପର୍ଯ୍ୟନ୍ତ ଶୀତ ବଢ଼ିବାର ସମ୍ଭାବନା ନାହିଁ। ଦିନର ତାପମାତ୍ରା ମଧ୍ୟ ବଢ଼ିବ। ପାଗ ଶୁଖିଲା ଓ ଖରାଟିଆ ରହିବ। ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବାୟୁର ଆର୍ଦ୍ରତା ବଢ଼ିବା ସହିତ କୁହୁଡ଼ି ହେବ। ଭୁବନେଶ୍ବର ସମେତ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ୧ରୁ ୧୦ ତାରିଖ ଭିତରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ଡିଗ୍ରି ବଢ଼ିବ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଜାଡରେ ଥରୁଛି ଓଡ଼ିଶା...

Sun Jan 8 , 2023
ବାସ୍ତବ ବ୍ୟୁରୋ: ଜାଡରେ ଥରୁଛି ଓଡ଼ିଶା । ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଆଜି ୧୦ ଡିଗ୍ରି ତଳେ ଓଡ଼ିଶାର ୨୧ ସହର ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେମିଳିଗୁଡ଼ା ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ବୋଲି ଜଣାଯାଇଛି। ସେମିଳିଗୁଡ଼ାରେ ୨ ଡିଗ୍ରି ତାପମାନ ରେକର୍ଡ ହୋଇଛି। ଝାରସୁଗୁଡ଼ାଠାରେ ତାପମାତ୍ରା ୬.୬ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି […]

You May Like

Breaking News

Pin It on Pinterest