ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ପୁଲିସ କର୍ମୀଙ୍କ ଗୁଳିମାଡ଼…

 ବାସ୍ତବ ବ୍ୟୁରୋ: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବ୍ରଜରାଜନଗର ଯାଇଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ରେ ଗୁରୁତର। ରକ୍ତାକ୍ତ ଅବସ୍ଥାରେ ନବ କିଶୋର ଦାସଙ୍କୁ ଡାକ୍ତରଖାନାକୁ ନିଆଯାଉଛି।

ସୂଚନା ଅନୁଯାୟୀ, ଏଏସଆଇ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସାମ୍ନାକୁ ଆସି ୫ ରାଉଣ୍ଡ ଗୁଳି ଚଳାଇଥିଲେ। ହେଲେ ମନ୍ତ୍ରୀଙ୍କ ଦେହରେ ୩ଟି ଗୁଳି ବାଜିଥିଲା। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି।

ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି।ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର୍ଯ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।

ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏବେ ତାଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରେ ରଖାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଗ୍ରିନ୍ କରିଡରରେ, ସଂକଟାପନ୍ନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଆପୋଲୋ ଅଣାଗଲା...

Sun Jan 29 , 2023
ପ୍ରମୋଦନାୟକ(ଭୁବନେଶ୍ବର): ସଂକଟାପନ୍ନ ଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲକୁ ଅଣାଯାଇଛି। ବିମାନବନ୍ଦରରୁ ଭୁବନେଶ୍ବର ଆପୋଲୋ ହସ୍ପିଟାଲ ଯାଏ ଗ୍ରିନ୍ କରିଡରରେ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆପୋଲୋ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି। ତେଣେ ଆପୋଲୋ ହସ୍ପିଟାଲରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ସୁଶାନ୍ତ ସିଂହ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ବହୁ ବିଜେଡି ନେତା ପହଞ୍ଚିଛନ୍ତି। ଏପଟେ ଆପୋଲୋ […]

You May Like

Pin It on Pinterest