ବାସ୍ତବ ବ୍ୟୁରୋ: ବରଗଡ଼ ଜିଲ୍ଲା ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି।
ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବି କରିଥିଲେ। ସ୍ଥାନୀୟ ଲୋକଙ୍କର ଦାବି ମୁତାବକ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ। ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ।



