ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା: ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ

ବାସ୍ତବ ବ୍ୟୁରୋ: ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଚାଲିଛି ଏହି ପରୀକ୍ଷା । ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। 

ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି।

ବୋର୍ଡ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖ ସୋମବାର ଦିନ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା), ୧୪ତାରିଖ ମଙ୍ଗଳବାର ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖ ଗୁରୁବାର ସାଧାରଣ ବିଜ୍ଞାନ, ୧୮ତାରିଖ ଶନିବାର ସାମାଜିକ ବିଜ୍ଞାନ, ୨୦ ତାରିଖ ସୋମବାର ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ଅନୁ‌ଷ୍ଠିତ ହେବ।

  •  ମାଟ୍ରିକ ରେ‌ଗୁଲାର, ଏକ୍ସରେଗୁଲାର, ପତ୍ରବିନିମୟ ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ।
  •  ସେହିପରି ମଧ୍ୟମାର ରେଗୁଲାର, ଏକ୍ସ ରେଗୁଲାର ଓ ଓପନ୍‌ ସ୍କୁଲର ପୁରୁଣା, ନୂଆ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶ୍ନପତ୍ର ମଧ୍ୟ ସମାନ ରହିବ। 
  • ଏଏସ୍‌-୧ ଭଳି ଏସ୍‌ଏ–୨ର ପ୍ରଶ୍ନପତ୍ର ଢ଼ାଞ୍ଚା ସମାନ ରହିବ।
  •  ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ ।ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ଆସିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ ।ଅବଶି‌ଷ୍ଟ ୩୦ ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ଆସିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ।
  •  ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ ଅର୍ଥାତ୍‌ ଗଣିତ ପରୀକ୍ଷା ଅବଧି ୨ଘଣ୍ଟା ୧୫ ମିନିଟ୍ ରହିବ।

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। 

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ପାରିତ...

Fri Mar 10 , 2023
ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ପାରିତ ହୋଇଥିଲା। ସେୟାର କରନ୍ତୁ

You May Like

Pin It on Pinterest