୨୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ଏବଂ ସହକାରିତା ବିଭାଗ ମନ୍ତ୍ରୀ ଶ୍ରୀ ଅମିତ ଶାହା….

ପ୍ରମୋଦ ନାୟକ(ଭୁବନେଶ୍ୱର)ତା.୧୧/୦୩: ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ବିଭାଗ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା । ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଧାମନଗର ବିଧାନସଭା ନିର୍ବାଚନମଣ୍ଡଳିର ପାଳସାହି ଗ୍ରାମପଂଚାୟତ ଅନ୍ତର୍ଗତ ସାଁଆଳପୁରଠାରେ ଅନୁଷ୍ଠିତ ସାଧାରଣ ସଭାକୁ ଉଦ୍‌ବୋଦନ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର ସୁଚନା ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ୨୬ ତାରିଖ ସକାଳେ ଭୁବନେଶ୍ୱର ପହଂଚିବା ପରେ ବିମାନବନ୍ଦରଠାରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ । ଏହା ପରେ ଭଦ୍ରକ ଲୋକସଭା ଅନ୍ତର୍ଗତ ଆରଡିକୁ ଯାଇ ପ୍ରଭୁ ଶ୍ରୀ ଆଖଣ୍ଡଳମଣୀ ଦର୍ଶନ କରି ଆର୍ଶୀବାଦ ନେବେ । ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀର କାର୍ଯ୍ୟକର୍ତାଙ୍କୁ ଶ୍ରୀ ଶାହା ସାଁଆଳପୁର ସଭାରେ ଉଦ୍‌ବୋଦନ ଦେବେ । ଅପରାହ୍ନରେ ଶ୍ରୀ ଶାହା ଭୁବନେଶ୍ୱର ପ୍ରତ୍ୟାବର୍ତନ କରି ରାଜ୍ୟ କାର୍ଯ୍ୟାଳୟଠାରେ ବରିଷ୍ଠ ନେତା ତଥା ପ୍ରମୁଖ ପଦାଧିକାରୀଙ୍କ ସହ ଆଲୋଚନା କରିବା ପରେ ସଂଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଡ.ଲେଖାଶ୍ରୀ ସୁଚନା ଦେଇଛନ୍ତି ।

ଶ୍ରୀ ଶାହାଙ୍କ ଓଡ଼ିଶା ଗସ୍ତକୁ ନେଇ ବିଜେପି କାର୍ଯ୍ୟକର୍ତାଙ୍କ ମନରେ ଉତ୍ସାହ ରହିଛି । ତାଙ୍କ ଆଗମନ ନିଶ୍ଚିତ ଭାବେ ରାଜ୍ୟ ରାଜନୀତି ଏବଂ ଦଳୀୟ ସଂଗଠନ ଉପରେ ପ୍ରଭାବ ପକାଇବ ବୋଲି ଡ.ଲେଖାଶ୍ରୀ କହିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲ୍ଲୀପ ମଲ୍ଲିକ, ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ସିକନ୍ଦର ଅଲ୍ଲୀ, ସାମାଜିକ ପ୍ରକୋଷ୍ଟ ରାଜ୍ୟ ସଂଯୋଜକ ରଶ୍ମିରଞ୍ଜନ କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା....

Sun Mar 12 , 2023
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]

You May Like

Pin It on Pinterest