୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼….

ସଂଜୟ ଶତପଥୀ(ବାସ୍ତବ ବ୍ୟୁରୋ): ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା ।କାଲିପରି ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । କୁଆପଥର ମାଡ଼ ସହ ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି ।

ଗତ କାଲି ବର୍ଷା, ପବନ ଯୋଗୁଁ କଟକରେ ୧୭ ନଂ ୱାର୍ଡରେ ନଡ଼ିଆ ଗଛ ପଡ଼ି ଜଣେ ଦିବ୍ୟାଙ୍ଗଙ୍କ ଘର ଭାଙ୍ଗିଯାଇଛି । ସେହିପରି ବାଲେଶ୍ୱର ଜିଲ୍ଲା ନୀଳଗିରିର ଅଯୋଧ୍ୟା ପଞ୍ଚାୟତର ପ୍ରତାପପୁର ଗାଁରେ ଏକ ଭଙ୍ଗାଘରେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତରେ ୧୩ଟି ଗାଈଗୋରୁ ପ୍ରାଣ ହରାଇଛନ୍ତି। ଘର ଭିତରେ ୨୫ରୁ ଅଧିକ ଗୋରୁଗାଈ ଥିବା ବେଳେ ସେ ଭିତରୁ ୧୩ଟିର ମୃତ୍ୟୁ ଘଟିଛି।

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ଝଡ଼ତୋଫାନ ସହ ପ୍ରବଳ କୁଆପଥର ମାଡ ହୋଇ,କିଛି ଘରର ଆଜବେଷ୍ଟସ ଉଡ଼ି ଯାଇଥିବା ବେଳେ ଦୁଇ ଜଣ ମହିଳା ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଲୋକପ୍ରିୟ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କୁ ଅଶୃଳ ଶ୍ରଦ୍ଧାଞ୍ଜଳି....

Sun Mar 19 , 2023
ବାସ୍ତବବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ ହୋଇଯାଇଛି। ଗତକାଲି ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପରିବାର ଲୋକ ବାରିପଦାର ଏକ ଘ‌ରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଗତକାଲି ସଂଧ୍ୟାରେ ସୌରୀନ୍ଦ୍ରଙ୍କର ସେଠାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଦୂରସଞ୍ଚାର […]

You May Like

Pin It on Pinterest