ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ….

ପ୍ରମୋଦ ନାୟକ(ଭୁବନେଶ୍ବର): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ।ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ଯ ଉପହାର ଦେଇଥିଲେ।
ଏହି ଅବସରରେ ପଶ୍ଚିମ ବଙ୍ଗ ଜନସାଧାରଣ ଙ୍କ ପ୍ରତି ସଦିଚ୍ଛା ସ୍ଵରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡିଶା ବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାର ଙ୍କୁ ଦୁଇ ଏକର ଜମି ଉପହାର୍ ସ୍ଵରୂପ ଦେଇଥିଲେ.

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ବିଶ୍ଵ ବାଂଲା ଦ୍ଵାରା ପ୍ରସ୍ତୁତ ଏକ ସାଲ ଉପହାର ଦେଇଥିଲେ। ଏହା ସହିତ ବିଜୁ ବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋ ରେ ଜାମଦାନି ଶାଢ଼ୀ ଦେଇ ଶ୍ରଦ୍ଧା ନିବେଦନ କରିଥିଲେ।ଭୁବନେଶ୍ବର ରେ ଗତ ୨୧ ତାରିଖ ଦିନ ପହଂଚିବା ପରେ ମମତା ବାନାର୍ଜୀ ଆମ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ବେଙ୍ଗଲ ମିଠା ପଠାଇଥିଲେ ।

ଉଭୟ ନେତା ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ସୂଚନା ଯୋଗ୍ୟ ଯେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଚାନ୍ଦବାଲି ତଳବନ୍ଧରେ ୨ୟ ବାର୍ଷିକ ମହାବୀର ଭଲିବଲ ଟୁର୍ଣ୍ଣାମେଟ....

Thu Mar 23 , 2023
ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୨୩/୦୩/୨୦୨୩।:-ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖେରଙ୍ଗ ଗ୍ରାମପଞ୍ଚାୟତ ତଳବନ୍ଧରେ ଦ୍ୱିତୀୟ ବର୍ଷିକ ମହାବୀର ଭଲିବଲ ଟୁର୍ଣ୍ଣାମେଟ ଉଦଯାପିତ ହୋଇ ଯାଇଛି । ଆଠଟି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଉକ୍ତ ଦିବାରାତ୍ରି ଟୁର୍ଣ୍ଣାମେଣ୍ଟ ପ୍ରତିଯୋଗିତାକୁ ଶିକ୍ଷକ ସାଧୁ ଚରଣ ନାୟକ ଉଦଘାଟନ କରିଥିଲେ । ସରପଞ୍ଚ ଜିତେନ୍ଦ୍ର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଜିଲ୍ଲାରୁ ଆସିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଆଠଟି ଦଳ ମଧ୍ୟରେ […]

You May Like

Pin It on Pinterest