ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବାସ୍ତବବ୍ୟୁରୋ: ଆଜି ଉତ୍କଳ ଦିବସ,ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଯଣାଇଛନ୍ତି ,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଓଡ଼ିଶା ଦିବସ ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ, ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’। ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି | ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।

ଓଡ଼ିଆ ଭାଷାରେ ଟୁଇଟ୍‌ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି: ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା, ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ୍‌ ଇଞ୍ଜିନ୍‌ ହେବାରେ ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆ ଭାଷାରେ ଟୁଇଟ୍‌ କରି ଲେଖିଛନ୍ତି: ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡ଼ିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର। ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସ ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ପ୍ରାଚୀନ ମନ୍ଦିରରାଜି, ସମୃଦ୍ଧ ସଂସ୍କୃତି ଏବଂ ଅମାୟିକ ଜନସାଧାରଣ ଥିବା ଓଡ଼ିଶା ହେଉଛି ଭାରତର ଗୌରବରୂପକ ମୁକୁଟରେ ଗୋଟାଏ ମୁକ୍ତା।

ସେହିପରି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇ ଟୁଇଟ୍‌ କରିଛନ୍ତି: ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇବା ସହ ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନର ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜି ଜଣାଉଛି। ଏହି ଦିନଟି ଆମ ସମସ୍ତ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ ଦିବସ। ଆସନ୍ତୁ, ଓଡ଼ିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ, ସମୃଦ୍ଧ ଓ ଭବ୍ୟ କରିବା ପାଇଁ ବଦ୍ଧପରିକର ହେବା।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ପ୍ରୟାଗରାଜର ସବୁଠୁ ବଡ ରେଡ଼ିମେଡ଼ ବଜାରରେ ଭୟଙ୍କର ଅଗ୍ନିକାଣ୍ଡ...

Sat Apr 1 , 2023
ବାସ୍ତବ ବ୍ୟୁରୋ: ଆଜି (ଶନିବାର) ସକାଳେ ପ୍ରୟାଗରାଜର ନେହେରୁ କମ୍ପ୍ଲେକ୍ସରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ସୂଚନାନୁସାରେ, ୨୧୦ ଟି ଦୋକାନରେ ନିଆଁ ଲାଗିଯାଇଛି। ସେଥିମଧ୍ୟରୁ ୩୦ ଟି ଦୋକାନ ସଂପୂର୍ଣ୍ଣ ଭାବେ ଜଳି ପୋଡି ପାଉଁଶ ହେଇଯାଇଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଏବଂ ଅଗ୍ନିଶମ ବିଭାଗର ୨୦ ଟି ଗାଡି ଘଟଣାସ୍ଥଳରେ ପହଞ୍ଚିଥିଲା । କ୍ରୁମାନେ ୪.୩୦ ଘଣ୍ଟା ପରେ […]

You May Like

Pin It on Pinterest