ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

ବାସ୍ତବ ବ୍ୟୁରୋ: ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜି(ଗୁରୁବାର) ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଏହାଛଡ଼ା ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ଟୁଇଟର ଆଦିର ପୋଷ୍ଟ ଉପରେ ବି କଟକଣା ଜାରି କରାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ବିଭିନ୍ନ ଛକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି । ଏଣେ ପ୍ରଶାସନ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି।

ସୂଚନାଯୋଗ୍ୟ, ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ପୁଲିସକୁ ପଥର ମାଡରେ ଅତିରିକ୍ତ ଏସ୍ ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

ସେୟାର କରନ୍ତୁ

Next Post

ଭାରତ ଏବେ ବିଶ୍ବର ସବୁଠୁ ଜନବହୁଳ ଦେଶ: ଜାତିସଂଘ ରିପୋର୍ଟ

Wed Apr 19 , 2023
ବାସ୍ତବ ବ୍ୟୁରୋ: ଭାରତ ବର୍ତ୍ତମାନ ଦୁନିଆର ସବୁଠାରୁ ଜନବହୁଳ ଦେଶ ପାଲଟିଛି। ‘ୟୁନାଇଟେଡ୍‌ ନେସନ୍‌ସ୍‌ ପପୁଲେସନ୍‌ ଫଣ୍ଡ୍‌’ର (ୟୁଏନ୍‌ଏଫ୍‌ପିଏ) ସଦ୍ୟତମ ରିପୋର୍ଟରୁ ଜଣାପଡ଼ିଛି ଯେ ଚୀନ୍‌ଠାରୁ ୨.୯ ନିୟୁତ ଅଧିକ ଜନସଂଖ୍ୟା ଥାଇ ଏବେ ଭାରତ ବିଶ୍ବର ସବୁଠୁ ଜନବହୁଳ ଦେଶ । ‘୮ ବିଲିୟନ୍‌ ଲାଇଭ୍‌ସ୍‌, ଇନ୍‌ଫିନାଇଟ୍‌ ପସିବିଲିଟିଜ୍‌’: ଦି କେସ୍‌ ଫର୍‌ ରାଇଟ୍‌ସ୍‌ ଆଣ୍ଡ୍‌ ଚଏସେସ୍‌’ ନାମରେ ବୁଧବାର ଦିନ ରିଲିଜ୍‌ ହୋଇଥିବା ‘ୟୁଏନ୍‌ଏଫ୍‌ପିଏ’ର ‘ଦି ଷ୍ଟେଟ୍‌ […]

You May Like

Pin It on Pinterest