ଆତଙ୍କବାଦୀ ଆକ୍ରମଣରେ ଆଉ ଜଣେ ଓଡ଼ିଆ ଯବାନ ସହିଦ ….

ତ୍ରିନାଥ ବାରିକ(ସତ୍ଯବାଦୀ): ଗତ କାଲି ଆତଙ୍କବାଦୀ ଆକ୍ରମଣରେ ଆଉ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ଆଜି ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ ଘଟଣାରେ ଜଣେ ଓଡ଼ିଆ ପୁଅ ସହିଦ ହୋଇଛନ୍ତି । ସହିଦ ହୋଇଥିବା ଯବାନଙ୍କ ନାଁ ଦେବାଶିଷ ବିଶ୍ୱାଳ । ତାଙ୍କ ଘର ପୁରୀ ଜିଲ୍ଲା ଅଳଗୁମା ପଞ୍ଚାୟତ ଖଣ୍ଡାୟତ ସାହିର ବୋଲି ଜଣାପଡ଼ିଛି ।

ସହିଦ ଯବାନ ଦେବାଶିଷଙ୍କ ବାପାଙ୍କ ନାଁ ପ୍ରତାପ ବିଶ୍ୱାଳ । ତାଙ୍କ ମା’ଙ୍କ ନାଁ ମମତା ବିଶ୍ୱାଳ । ୨୦୨୧ ମସିହା ଅକ୍ଷୟ ତୃତୀୟାରେ ବିବାହ କରିଥିଲେ ଦେବାଶିଷ । ସୁଶ୍ରୀ ସଙ୍ଗୀତା ବିଶ୍ୱାଳଙ୍କୁ ଦେବାଶିଷ ବିବାହ କରିଥିବାବେଳେ ତାଙ୍କର ଜଣେ ୭ ମାସର କନ୍ୟା ସନ୍ତାନ ରହିଛି ।


ଏହି ଆକ୍ରମଣରେ ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନ ସହିଦ ହୋଇଥିଲେ । ସେମାନଙ୍କୁ କାଉଣ୍ଟର ଟେରରିଷ୍ଟ ଅପରେସନ୍‌ ପାଇଁ ସେଠାରେ ମୁତୟନ କରାଯାଇଥିଲା । ଏହି ଆକ୍ରମଣରେ ଜଣେ ଯବାନ ଗୁରୁତର ହୋଇଥିବା ବେଳେ ତାଙ୍କୁ ସେଠାରୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ଆର୍ମି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି ।

ଜାମ୍ମୁ-କାଶ୍ମୀରର ରାଜୌରୀ ଇଲାକାରେ ଥିବା ଭିମ୍ବର ଗଲି ଏବଂ ପୁଞ୍ଛ ଘାଟି ରାସ୍ତାରେ ଯାଉଥିବା ବେଳେ ଅଚାନକ ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଥିଲେ । ଗାଡ଼ିକୁ ଆଖିବୁଜା ଗ୍ରେନେଡ୍ ମାଡ଼ କରିଥିଲେ ଆତଙ୍କବାଦୀ । ବର୍ଷା ଏବଂ ଲୋ-ଭିଜିବିଲିଟିର ଫାଇଦା ନେଇଥିଲେ ଆତଙ୍କବାଦୀ । ଏବେ ସେଠାରେ ଅଧିକ ଫୋର୍ସ ପହଞ୍ଚି ଜୋରଦାର ଅପରେସନ୍‌ ଆରମ୍ଭ କରିଛନ୍ତି ।

ସେୟାର କରନ୍ତୁ

Next Post

ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ....

Fri Apr 21 , 2023
ସଂଜୟ ଶତପଥୀ(କଟକ): ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋ ଆଉ ନାହାଁନ୍ତି । ଆଜି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଶ୍ରୀ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହଉଥିଲେ । ଆଜି ସକାଳ ପ୍ରାୟ ୭ଟାରେ […]

You May Like

Pin It on Pinterest