ଆସୁଛି କାଳବୈଶାଖୀ, ୨୪ରେ ପ୍ରବଳ ବର୍ଷା

ବାସ୍ତବ ବ୍ୟୁରୋ: ଆସୁଛି କାଳବୈଶାଖୀ, ୨୪ରେ ପ୍ରବଳ ବର୍ଷା । କାଳବୈଶାଖୀ ଯୋଗୁ ପାଗରେ ଧୀରେ ଧୀରେ ପରିବର୍ତ୍ତନ ହେଉଥିବାରୁ ତାତିରୁ ମିଳିବ ଆଶ୍ୱସ୍ତି। ଆଗକୁ ଏମିତିକା ପାଗ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ଆଜି ରାଜ୍ୟର ଅଧିକାଂଶ ସହରର ତାପମାତ୍ର ୪୦ ଡିଗ୍ରୀ ତଳେ ରହିଛି। ତେବେ ୨୪ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁଯାୟୀ ୨୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର, ନୂଆପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଥିବା ବେଳେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କୁଆପଥର ମାଡ଼ ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବିଜୁଳି ମାରିବାର ଆଶଙ୍କା ରହିଥିବା ବେଳେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ତେବେ କୋରାପୁଟ, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Next Post

ଆତ୍ମସମର୍ପଣ କଲା ପଳାତକ ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହ

Sun Apr 23 , 2023
ବାସ୍ତବ ବ୍ୟୁରୋ: ଶେଷରେ ଆତ୍ମସମର୍ପଣ କରିଛି ପଳାତକ ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହ । ପଞ୍ଜାବର ମୋଗା ପୁଲିସ ନିକଟରେ ଅମ୍ରିତପାଲ ଆତ୍ମସମର୍ପଣ କରିବା ପରେ ତାକୁ ଗିରଫ କରାଯାଇଛି। ଅମ୍ରିତପାଲକୁ ଗିରଫ କରାଯାଇଥିବା ନେଇ ପଞ୍ଜାବ ପୁଲିସ ପକ୍ଷରୁ ଟ୍ୱିଟ୍ କରି ସ୍ପଷ୍ଟ କରାଯାଇଛି। ଏହା ସହିତ ଶାନ୍ତି ବଜାୟ ରଖିବାକୁ ଲୋକଙ୍କୁ ଅନୁରୋଧ କରିଛି ପଞ୍ଜାବ ପୁଲିସ। ଗିରଫ ଅମ୍ରିତପାଲ ସିଂହକୁ ଆସାମର ଦିବ୍ରୁଗଡ଼ ଜେଲକୁ ନିଆଯିବ। […]

You May Like

Pin It on Pinterest