୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି….

ବାସ୍ତବ ବ୍ୟୁରୋ: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପାଗ ମେଘୁଆ ରହିବା ସହ ବିଭିନ୍ନ ଜିଲ୍ଲାରେ ଗତ ତିନିଦିନ ଧରି କାଳବେଶାଖୀ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ହୋଇଯାଇଛି। ତେବେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ମଇ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ।

ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଇ ୩ ତାରିଖ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୦ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।

ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଉପରୋକ୍ତ ୧୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରି ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ସେୟାର କରନ୍ତୁ

Next Post

ଚାନ୍ଦୋଳ ପଞ୍ଚାୟତ ରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

Wed May 3 , 2023
ଜୟନ୍ତ ଶତପଥୀ(ଡେରାବିଶ): ଲୋକଙ୍କ ପାଖରେ ସବୁ ପ୍ରକାର ସୁବିଧା ପହଞ୍ଚିବା ଲକ୍ଷରେ ପ୍ରଶାସନ ପ୍ରତି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ଆୟୋଜକ କରୁଅଛି, ଅସହାୟ, ବୃଦ୍ଧ, ବୃଦ୍ଧା ମାନେ ପଇସା ଓ ବୟାସଧିକ ହେତୁ ବ୍ଲକ ପର୍ଯ୍ୟନ୍ତ ଯାଇ ପାରନ୍ତି ନାହିଁ ତେଣୁ ଏହି କାର୍ଯ୍ୟକ୍ରମ ଦ୍ୱାରା ସୁଫଳ ପାଇ ପାରୁଛନ୍ତି । ଏହି କାର୍ଯ୍ୟକ୍ରମରେ, ସମୁଦାୟ ଅଣା ଅଶି ଜଣ ଅଭିଯୋଗକାରୀ ଆବେଦନ କରିଥିଲେ, ସର୍ବାଧିକ ଅଭିଯୋଗ ପ୍ରଧାନମନ୍ତ୍ରୀ […]

You May Like

Pin It on Pinterest