ଓଡ଼ିଶାକୁ ନାହିଁ ବାତ୍ୟା ଭୟ; ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ଏସ୍‌ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ସମ୍ଭାବିତ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନେ ପନିପରିବା, ଉଦ୍ୟାନ କୃଷି, ଅମଳ ହୋଇଥିବା ଫସଲ ତଥା ମଣ୍ଡିରେ ପଡ଼ିଥିବା ଧାନକୁ ସୁରକ୍ଷିତ ରଖନ୍ତୁ। ସେହିପରି ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।

ଡ.ମୃତ୍ୟୁଞ୍ଜୟ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୋମବାର କହିଛନ୍ତି ଯେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବ । କିନ୍ତୁ ଏହା ବାଂଲାଦେଶ ଓ ମିଆଁମାର ଅଭିମୁଖେ ଗତି କରିବାର ସମ୍ଭାବନା ରହିଛି । ଏଣୁ ଓଡ଼ିଶା ପ୍ରତି କୌଣସି ବିପଦର ଆଶଙ୍କା ନାହିଁ।

ଡ. ମହାପାତ୍ର କହିଛନ୍ତି ଯେ ଏହି ଲଘୁଚାପ ଆସନ୍ତାକାଲି (ମଙ୍ଗଳବାର) ସୁଦ୍ଧା ଏକ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଓ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ମେ’ ୧୦ରେ ଏହା ଏକ ସାମୁଦ୍ରିକ ବାତ୍ୟା ରୂପ ନେବ।  ମେ’ ୧୨ ତାରିଖ ସୁଦ୍ଧା ଏହା ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ଓ ଏହା ବାଂଲାଦେଶ ଓ ମିଆଁମାର ଆଡ଼କୁ ଗତି କରିବ।

ସେୟାର କରନ୍ତୁ

Next Post

କୋରାପୁଟ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ...

Tue May 9 , 2023
ବାସ୍ତବ ବ୍ୟୁରୋ: ଆଜି ୯ ତାରିଖ ଦିନ ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଜିଲ୍ଲାଭିତ୍ତିକ ନିଯୁକ୍ତି ଆଦି ୫ଦଫା ଦାବିକୁ ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲ୍ଲାର ସୁଙ୍କି, ଚାନ୍ଦିଲି, କୋଟପାଡ, ବୋରିଗୁମ୍ମା, ଜୟପୁର, କୋରାପୁଟ, ଲମତାପୁଟ, ପଟ୍ଟାଙ୍ଗି ସହ ସବୁ ବ୍ଲକ ସଦର ମହକୁମା, ପୌରପାଳିକା ଓ ଏଏନସିରେ ସମ୍ପୂର୍ଣ୍ଣ ରୁପେ ବନ୍ଦ […]

You May Like

Pin It on Pinterest