ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋଚା’

ବାସ୍ତବ ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋଚା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା

ପରବର୍ତ୍ତି ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ। ୧୪ ତାରିଖ ପୂର୍ବାହ୍ନରେ କୋକ୍ସ ବଜାର, କ୍ୟାଉକିପିୟୁ ଠାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ସ୍ପଷ୍ଟ କରିଛି।

୧୨ ଓ ୧୩ ତାରିଖରେ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମୟରେ ୧୦ରୁ ୧୨ଫୁଟ୍‌ ଉଚ୍ଚତାରେ ସମୁଦ୍ରରେ ଜୁଆର ଉଠିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ପୂର୍ବ, କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେୟାର କରନ୍ତୁ

Next Post

ମଣିପୁର ହିଂସାର ପ୍ରଭାବ : ମାର୍କେଟରେ ବୃଦ୍ଧି ପାଉଛି କଳାବଜାରୀ

Thu May 11 , 2023
ବାସ୍ତବ ବ୍ୟୁରୋ: ମେ’ ୩ରୁ ମଣିପୁର ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ବେଳେ ଏବେ ମହଙ୍ଗା ମାଡ଼ ଲୋକଙ୍କୁ ଅସ୍ତବ୍ୟସ୍ତ କରିଛି। ସପ୍ତାହକ ମଧ୍ୟରେ ବିଭିନ୍ନ ପରିବା ଦାମ ୨ ଗୁଣ ବଢ଼ି ଯାଇଛି। ମହଙ୍ଗା ମାଡ଼ ଯୋଗୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମେ’ ୩ରୁ ମଣିପୁରରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ବିଭିନ୍ନ ଆବଶ୍ୟକ ସାମଗ୍ରୀର ମାର୍କେଟରୁ […]

You May Like

Pin It on Pinterest