ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି।

ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି। 

ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ। ଜୁନ୍ ୧୩ ତାରିଖରେ ବାଚସ୍ପତି ନିର୍ବାଚନ ପାଇଁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ଏଥିରେ ଆରୁଖଙ୍କୁ ବାଚସ୍ପତି କରିବା ପାଇଁ ମୋସନ ‌ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ-ବାଚସ୍ପତିଙ୍କ ନିର୍ଦ୍ଦେଶ ଅନୁୟାୟୀ ମୁଖ୍ୟମନ୍ତ୍ରୀ, ବିକ୍ରମ‌ ଆରୁଖଙ୍କ ଉପରେ ବିବୃତି ରଖିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ଏହା ପରେ ବାଚନିକ ଭୋଟରେ ଶ୍ରୀ ଆରୁଖ ନିର୍ବାଚିତ ହୋଇଥିଲେ ବୋଲି ଘୋଷଣା କରିଥିଲେ ଉପବାଚସ୍ପତି।

ସେୟାର କରନ୍ତୁ

Next Post

ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୩୦୦ ତଳେ...

Sat May 13 , 2023
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

You May Like

Pin It on Pinterest