ଝାରସୁଗୁଡ଼ା ଉପନିର୍ବାଚନ: ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ମାତ୍ର ୪୪୭୩ଖଣ୍ଡ ଭୋଟ ମିଳିଛି।

ଆଜି ମୋଟ ୧୯ ରାଉଣ୍ଡ ଗଣତି ହୋଇଥିବା ବେଳେ ପ୍ରଥମ ରାଉଣ୍ଡରୁ ହିଁ ଦୀପାଳି ଆଗରେ ରହିଥିଲେ। ରାଉଣ୍ଡ ପରେ ରାଉଣ୍ଡ ଗଣତି ହେବା ସହିତ ପ୍ରତିଦ୍ୱନ୍ଦ୍ୱିଙ୍କ ଠାରୁ ଦୀପାଳିଙ୍କ ଭୋଟ ବ୍ୟବଧାନ ସଂଖ୍ୟା ବଢ଼ି ଚାଲିଥିଲା। ଆଉ ଶେଷରେ ସେ ୪୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ।

ସେହିପରି ଏହି ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଓଡ଼ିଶା ପ୍ରଗତି ଦଳର ପ୍ରାର୍ଥୀ ଜନ୍ମ ରୋହିଦାସ ୭୧୬ ଖଣ୍ଡ ଭୋଟ ପାଇଥିବା ବେଳେ ଓଡ଼ିଶା ଜନତା ପାର୍ଟିର ମନୀଷ ଶର୍ମା ୨୮୪, କଳିଙ୍ଗ ସେନାର ମହେନ୍ଦ୍ର ପଟ୍ଟନାୟକ ୪୨୫, ସ୍ୱାଧୀନ ପ୍ରାର୍ଥୀ ବିଜୟ କୁମାର ଜଲାନ ୪୫୪, ମହେନ୍ଦ୍ର ଲୁହା ୮୨୮ ଓ ଜ୍ଞାନେନ୍ଦ୍ର ବେହେରା ୯୭୨ ଖଣ୍ଡ ଭୋଟ୍ ପାଇଛନ୍ତି। ନୋଟାରେ ୨୦୭୩ ଖଣ୍ଡ ଭୋଟ ପଡ଼ିଛି।

ଦୀପାଳି ଦାସ ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ। ହେଲେ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।। ସର୍ବଶେଷ ସୂଚନା ଅନୁଯାୟୀ, ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଛି। ଏଣେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାଇଛନ୍ତି ୫୮, ୩୮୪ ଭୋଟ। ତେଣେ କଂଗ୍ରେସ ପ୍ରାର୍ଥୀ ୪, ୪୭୩  ଖଣ୍ଡ ଭୋଟ ପାଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୦୧୯ ବିଧାନସଭା ନିର୍ବାଚନରେ ନବ ଦାସ ମୋଟ୍ ୯୮, ୬୨୦ ଭୋଟ୍ ପାଇ ନିର୍ବାଚିତ ହୋଇଥିଲେ। ତାଙ୍କ ଭୋଟ ପ୍ରତିଶତ ଥିଲା ୫୫.୯୭।

ସେୟାର କରନ୍ତୁ

Next Post

ଆଇପିଏଲ : ହାଇଦ୍ରାବାଦକୁ ୭ ଓ୍ବିକେଟରେ ହରାଇଲା ଲକ୍ଷ୍ନୌ

Sat May 13 , 2023
ବାସ୍ତବ ବ୍ୟୁରୋ : ଆଇପିଏଲ ୨୦୨୩ର ୫୮ତମ ମ୍ୟାଚରେ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜାୟାଣ୍ଟସ । ହାଇଦ୍ରାବାଦ ଦ୍ବାରା ରଖାଯାଇଥିବା ୧୮୩ରନର ଲକ୍ଷ୍ୟକୁ ଲକ୍ଷ୍ନୌ ୧୯.୩ ତମ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରି ହାସଲ କରିନେଇଥିଲା । ଦଳ ପକ୍ଷରୁ ପ୍ରେରକ ମଙ୍କଡ୍ ୬୪ରନ ଓ ମାର୍କସ ଷ୍ଟୋଇନିସ ୪୦ରନ କରିଥିଲେ । ସେହିପରି ନିକୋଲାସ ପୁରନ୍ ୪୪ରନ କରିଥିଲେ […]

You May Like

Pin It on Pinterest