
ବାସ୍ତବ ବ୍ୟୁରୋ: ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ ।
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍ସାଇଟ୍ ଓ ଏସ୍ଏମ୍ଏସ୍ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍ ନମ୍ବର ଲେଖି ୫୬୭୬୭୫୦ ନମ୍ବରକୁ ଏସ୍ଏମ୍ଏସ୍ କଲେ ପରୀକ୍ଷାଫଳ ଜାଣିପାରିବେ। ଏହା ବ୍ୟତୀତ ବୋର୍ଡର ୱେବ୍ସାଇଟ୍ www.bseodisha.ac.in ରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ ବୋଲି ଡକ୍ଟର ମହାନ୍ତି ସୂଚନା ଦେଇଛନ୍ତି।