ପୁରୀରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ: ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପୁନଃବିକାଶ ହେଉଥିବା ଏହାବ୍ୟତୀତ ଓଡ଼ିଶାରେ ରେଳ ନେଟୱର୍କର ୧୦୦% ବିଦ୍ୟୁତୀକରଣକୁ ଲୋକାର୍ପଣ କରାଯିବାର କାର୍ଯ୍ୟକ୍ରମ ରହିଛି।

ପୁରୀ ରେଳ ଷ୍ଟେସନରେ ଅନୁଷ୍ଠିତ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରି ପ୍ରଧାନମନ୍ତ୍ରୀ, କହିଲେ- ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା। ଏହି ଟ୍ରେନ୍ ଚାଲିବା ଦ୍ୱାରା ପୁରୀ-କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ। ଉଭୟ ରାଜ୍ୟ ମଧ୍ୟରେ ସାଂସ୍କୃତିକ ସଂପର୍କ ଆହୁରି ଘନିଷ୍ଠ ହେବ। ଏହାଦ୍ୱାରା ସମୟ ବଞ୍ଚିବ ଓ ବ୍ୟବସାୟ ବି ବଢ଼ିବ।

ସେ କହିଥିଲେ, ଏହି ଆଧୁନିକ ଟ୍ରେନ୍ ଭାରତର ଅର୍ଥ ବ୍ୟବସ୍ଥାକୁ ଗତି ଦେଉଛି। ପୂର୍ବରୁ କିଛି ବଡ଼ ପ୍ରକଳ୍ପ ହେଲେ ଦିଲ୍ଲୀ ଓ ମୁମ୍ବାଇରେ ସୀମିତ ରହୁଥିଲା। ଏବେ ଦେଶର କୋଣ ଅନୁକୋଣକୁ ସବୁ ପ୍ରକଳ୍ପ ପହଞ୍ଚୁଛି। ବିକାଶରେ ପଛୁଆ ରହିଥିବା ରାଜ୍ୟକୁ ବି ଫାଇଦା ମିଳୁଛି। 

ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ, ବିଗତ ୯ ବର୍ଷ ହେଲାଣି ଓଡ଼ିଶାକୁ ରେଳ ଅନୁଦାନ ବଢ଼ି ଚାଲିଛି। ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପ ଅନେକ ବର୍ଷ ହେଲା ପଡ଼ି ରହିଥିଲା। ଏବେ ଏହି ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲୁଛି। ଓଡ଼ିଶାରେ ଶତ ପ୍ରତିଶତ ରେଳ ବିଦ୍ୟୁତକରଣ କାର୍ଯ୍ୟ ସଂପନ୍ନ ହୋଇଛି। ଖଣିଜ ସଂପଦରେ ଭର୍ତ୍ତି ଓଡ଼ିଶାକୁ ଏହା ଦ୍ୱାରା ଫାଇଦା ମିଳିବ। ବିଦ୍ୟୁତକରଣ ଦ୍ୱାରା ଡିଜେଲରୁ ସୃଷ୍ଟି ପ୍ରଦୂଷଣରୁ ଓଡ଼ିଶାକୁ ମୁକ୍ତି ମିଳିବ।

ସେୟାର କରନ୍ତୁ

Next Post

ସିଦ୍ଦରମେୟା ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ଶିବକୁମାର ଉପମୁଖ୍ୟମନ୍ତ୍ରୀ...

Thu May 18 , 2023
ବାସ୍ତବ ବ୍ୟୁରୋ: ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ବୋଲି ଗତ ମଧ୍ୟରାତ୍ରିରେ ଘୋଷଣା କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ। ଏହା ସହ କର୍ଣ୍ଣାଟକ କଂଗ୍ରେସର ରାଜ୍ୟ ସଭାପତି ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବାକୁ ସମ୍ମତ ହୋଇଛନ୍ତି । ମେ ୨୦ରେ ବେଙ୍ଗାଲୁରୁରେ ନୂତନ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଗତ କାଲି(ବୁଧବାର) ଦିନ ତମାମ୍ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ ଏବଂ ପୂର୍ତତନ […]

You May Like

Pin It on Pinterest