
ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି ।
ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି।
ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି।
ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ କୁହାଯାଇଛି ଯେ, “ରାଷ୍ଟ୍ରପତି ଭାଷଣ ଦେବା ବେଳେ ଲାଇନ କଟିଯିବା ଘଟଣାକୁ ଏତେ ଦିନ ବିତି ଯାଇଥିଲେ ମଧ୍ୟ ଜିଲ୍ଲା ପ୍ରଶାସନ ଚୁପ ବସିଛି। ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଜିଲ୍ଲା ପ୍ରଶାସନ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନ ରେ ଆନ୍ଦୋଳନ ତୀବ୍ରତର ହେବ।”
ସେହିପରି କପ୍ତିପଦା ଉପଖଣ୍ଡ ଉଦଳାରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ କୋର୍ଟ, କଚେରୀ, ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।