ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା…

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ମଧ୍ୟରେ ରହିବ। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ କାଳବେଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି।

ସେୟାର କରନ୍ତୁ

Next Post

କଟକ ପାଇଁ ଜାଇକା କାଳ ୧୦ବର୍ଷ ହେଲା ସରୁନି କାମ...

Wed May 31 , 2023
ସଂଜୟ ଶତପଥୀ(କଟକ): ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ କଟକରେ ଦୀର୍ଘ ଦଶ ବର୍ଷ କାଳ କଟକ ମହାନଗର ଶାସନ ଓ ପ୍ରଶାସନ ର ଜାଇକା କାର୍ଯ୍ୟର ସାଙ୍ଘାତିକ ବିଳମ୍ବ ଏବଂ ଦାରୁଣ ପରିଚାଳନାଗତ ତ୍ରୁଟି ବ୍ୟବସ୍ଥା କାରଣରୁ କଟକ ବାସୀ ଅକଥନୀୟ ଯାତାୟତ ଅବ୍ୟବସ୍ଥା ସହିତ ଶେଷରେ ମରଣ ମୁହଁ କୁ ଯାଉଛନ୍ତି । ଗତକାଲି କେଶରପୁର ପୋଲ ପାଖ ଘଟଣାରେ ନାବାଳିକ ଝିଅ ଜାଇକା ଲୁହା ପାଇପ […]

You May Like

Pin It on Pinterest