ମନ୍ତ୍ରିମଣ୍ଡଳରୁ ବାଦ୍ ପଡିଲେ ରୋହିତ ପୂଜାରୀ; ଉଚ୍ଚ ଶିକ୍ଷା ଦାୟିତ୍ବରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ବାସ୍ତବ ବ୍ୟୁରୋ: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ଗତ ଜୁନ୍ ମାସରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ୍ କରାଯାଇଥିଲା। ସଂପ୍ରତି ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି।

ଏଣେ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ।

ଆଜି ସକାଳେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିଥିବାବେଳେ ଏବେ ସଚିବଙ୍କୁ ବଦଳି କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ସଚିବ ଥିବା ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି(ଅଫିସର ଅନ ସ୍ପେଶାଲ ଡ୍ୟୁଟି) ଭାବେ ବଦଳି କରାଯାଇଛି । ଵିଷ୍ଣୁପଦଙ୍କ ସ୍ଥାନରେ ଆଇଏଏସ୍‌ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ଉଚ୍ଚଶିକ୍ଷା ଦାୟିତ୍ବ ଦିଆଯାଇଥିବାବେଳେ ଅର୍ଥ ସଚିବ ବିଶାଳ ଦେବଙ୍କୁ ଓଏଚ୍‌ପିସିର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ଉଲ୍ଲେଖ ଥାଉ କି ରାଜନୀତି କ୍ଷେତ୍ରରେ ଅବସର ନେବାର କୌଣସି ବୟସ ସୀମା ଏପର୍ଯ୍ୟନ୍ତ ସ୍ଥିର ହୋଇନଥିବା ବେଳେ ରେଢ଼ାଖୋଲ ବିଧାୟକ ତଥା ତତକାଳୀନ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ବିଧାନସଭା ନିର୍ବାଚନ ନଲଢ଼ିବା ଉଚିତ ବୋଲି ଯୁକ୍ତି ରଖିଥିଲେ। ତାଙ୍କ ଏହି ‘ଅବସର ନୀତି ପଛରେ ରେଢ଼ାଖୋଲ ଅଂଚଳରେ ସାଂଗଠନିକ ସ୍ଥିତି ପୂର୍ବାପେକ୍ଷା ଦୁର୍ବଳ ହେବା ଏବଂ ବରିଷ୍ଠ ନେତାଙ୍କ ସକ୍ରିୟତାକୁ ନେଇ ଏହି ବିଧାନସଭା ‌କ୍ଷେତ୍ର ହାତଛଡ଼ା ହେବା ଡର ନା ଅନ୍ୟ କିଛି ଆଦର୍ଶ ରହିଛି ବୋଲି ଅଂଚଳରେ ଚର୍ଚ୍ଚା ହୋଇଥିଲା। ଏହି ମନ୍ତବ୍ୟ ରୋହିତଙ୍କ ପାଇଁ ମହଙ୍ଗା ପଡ଼ିଲା ବୋଲି ସମ୍ବଲପୁର  ଓ ରେଢ଼ାଖୋଲ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ସେୟାର କରନ୍ତୁ

Next Post

କେଉଁଠି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା 'ବିପର୍ଯ୍ୟୟ'?

Sat Jun 10 , 2023
ବାସ୍ତବ ବ୍ୟୁରୋ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ବର୍ତ୍ତମାନ ସମୁଦ୍ର ମଧ୍ୟରେ ଅତି ଭୀଷଣ ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମାଡ଼ି ଚାଲିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ। ଅତିରୁ ଅତି ଭୀଷଣ ବାତ୍ୟାର ରୂପ ନେଇ ବାତ୍ୟା ବିପର୍ଯ୍ୟୟ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ। ତେବେ ଏହା କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ଏଯାଏ […]

You May Like

Pin It on Pinterest