ବାସ୍ତବ ବ୍ୟୁରୋ-ରାଜ୍ୟର ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରର ବହୁ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞକଜ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ ଲୋଡ୍ କରନ୍ତୁ bastabtv APP ଆପଣଙ୍କ ସ୍ମାର୍ଟଫୋନ୍ ରେ…