ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା

ବାସ୍ତବ ବ୍ୟୁରୋ: ରାଜ୍ୟରେ ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆସନ୍ତା କାଲି ଦିନ ସମୟରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁର ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Next Post

ପ୍ରକାଶ ପାଇଲା ଜେଇଇ ଆଡଭାନସ୍‌ଡ ରେଜଲ୍ଟ...

Sun Jun 18 , 2023
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଜେଇଇ ଆଡଭାନସଡ ରେଜଲ୍ଟ। ଏଥିରେ ୧୦୦ ପ୍ରତିଶତ ନମ୍ବର ରଖି ହାଇଦ୍ରାବାଦ ଜୋନର ଭି.ସି. ରେଡ୍ଡି ଟପ୍ପର ହୋଇଛନ୍ତି । ଯେତେବେଳେ କି ୫୬ ରାଙ୍କରେ ଥିବା ଏନ୍‌ଏନ୍‌ ଭାଭ୍ୟଶ୍ରୀ ମହିଳାଙ୍କ ବର୍ଗରେ ଟପ୍‌ର ହୋଇଛନ୍ତି। ସମୁଦାୟ ୩୬୦ ନମ୍ବରରୁ ରେଡ୍ଡୀ ରଖିଛନ୍ତି ୩୪୧ ନମ୍ବର। ୨୯୮ ନମ୍ବର ରଖିଥିବା ଶ୍ରୀ ସର୍ବଭାରତୀୟସ୍ତରରେ ୫୬ତମ ସ୍ଥାନରେ ଅଛନ୍ତି। ଉଭୟ ଆଇଆଇଟି-ହାଇଦ୍ରାବାଦ ଜୋନ୍‌ର ଛାତ୍ରଛାତ୍ରୀ।  ଆଜି ପୂର୍ବାହ୍ନରେ ‘ଆଇଆଇଟି-ଗୌହାଟି’ ଦ୍ବାରା ‘ଜଏଣ୍ଟ୍‌ ଏଣ୍ଟ୍ରାନ୍‌ସ୍‌ […]

You May Like

Pin It on Pinterest