ଦିଗପହଣ୍ଡି ଠାରେ OSRTC ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା…

ବାସ୍ତବ ବ୍ୟୁରୋ: ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା  ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି। 

ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ଥିବା ଜଣାଯାଇଛି। ମେଡିକାଲ ପରିସରର ଦୃଶ୍ୟ ଅତ୍ୟନ୍ତ କରୁଣ ଥିଲା। ଲୋକଙ୍କ ବୁକୁଫଟା କ୍ରନ୍ଦନ ଶୁଣି ଯେକେହି ବି କୋହ ସମ୍ଭାଳିବା ଅସମ୍ଭବ । କିଏ ନିଜ ଛୁଆର ମୃତଦେହକୁ କୋଳରେ ଧରି ମୁଣ୍ଡ ପିଟୁଥିଲା ତ କେଉଁଠି ମା’, ବାପା ମୃତଦେହ ଦେଖି ଛୁଆ କିଛି ବୁଝି ପାରୁ ନ ଥିଲା। 

ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ଏକ  ବସ୍‌ରେ ଖଣ୍ଡଦେଉଳି ଫେରୁଥିଲେ ବନ୍ଧୁବାନ୍ଧବ। ଏହି ସମୟରେ OSRTC ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇଥିଲା।  

ଖବର ପାଇ ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାସ୍ଥଳରେ ବ୍ରହ୍ମପୁର ଏସପି ଓ ତହସିଲଦାର ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତଦାରଖ କରିଥିଲେ ।

ଏକ ଘରୋଇ ବସ୍‌ରେ ୨୫ ଜଣ ଯାତ୍ରୀ  ଥିବା ସୂଚନା ଥିବା ବେଳେ OSRTC ବସ୍‌ କେତେଜଣ ଯାତ୍ରୀ ଥିଲେ ଜଣାପଡ଼ିନାହିଁ। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି।

 ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ଏହି ମର୍ମନ୍ତୁଦ ଦୁର୍ଘଟଣାର ଖବର ପ୍ରଚାରିତ ହେବା ପରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ମୃତକଙ୍କ ପରିବାରପାଇଁ ସହାୟତା ରାଶି ଘୋଷଣା କରାଯାଇଛି।

ସମସ୍ତ ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଏଥିସହ ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେୟାର କରନ୍ତୁ

Next Post

ଟୁଇନ୍‌ ସିଟିରେ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

Mon Jun 26 , 2023
ବାସ୍ତବ ବ୍ୟୁରୋ: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହି କ୍ରମରେ ଆଜି (ସୋମବାର) ବିଳମ୍ବିତ ସନ୍ଧ୍ୟାରୁ ଆସନ୍ତା କାଲି (ମଙ୍ଗଳବାର) ସକାଳ ସୁଦ୍ଧା ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ […]

You May Like

Pin It on Pinterest