ଟୁଇନ୍‌ ସିଟିରେ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ବାସ୍ତବ ବ୍ୟୁରୋ: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହି କ୍ରମରେ ଆଜି (ସୋମବାର) ବିଳମ୍ବିତ ସନ୍ଧ୍ୟାରୁ ଆସନ୍ତା କାଲି (ମଙ୍ଗଳବାର) ସକାଳ ସୁଦ୍ଧା ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଅଞ୍ଚଳରେ ୨-୩ ସେମି ପର୍ଯ୍ୟନ୍ତ ବର୍ଷା ହୋେଇପାରେ। ଫଳରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି। ତେଣୁ, ବର୍ଷା ସମୟରେ ଏସବୁ ଦିଗ ପ୍ରତି ସଚେତନ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେୟାର କରନ୍ତୁ

Next Post

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରରୁ ଆସିଲା ଚିଠି

Tue Jun 27 , 2023
 ବାସ୍ତବ ବ୍ୟୁରୋ: ଗତ ୨୪ ତାରିଖ ଦିନ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଲିଖିତ ଅଭିଯୋଗ ଓ ତଥ୍ୟ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାରଙ୍କ ଦ୍ୱାରା ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ […]

You May Like

Pin It on Pinterest