ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାସ୍ତବ ବ୍ୟୁରୋ : ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।

ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ। ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠକୁ ଭବ୍ୟ ଓ ସୁନ୍ଦର କରାଯିବା ଲାଗି ଯୋଜନା ହୋଇଛି।

ସୂଚନାନୁଯାୟୀ, ସୋମବାର ମାଙ୍ଗଳିକ ଅଙ୍କୁରରୋପଣ ସରିବା ପରେ ମଙ୍ଗଳବାର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଗଢ଼ା ହୋଇଥିବା ଯଜ୍ଞ ମଣ୍ଡପରେ ହରିହରାତ୍ମକ ଯଜ୍ଞ ଆରମ୍ଭ ହୋଇଥିଲା।  ଭୋର୍‌ ୪ଟାରୁ ବିନ୍ଦୁସାଗରରୁ କଳସ ଯାତ୍ରା ଓ ଗଙ୍ଗା ଆବାହନ କରାଯାଇଥିଲା। ପରେ ପରେ ଗୁରୁ ପୂଜନ, ପଞ୍ଚକର୍ମ, ସୂର୍ଯ୍ୟପୂଜା, ଗୋପୂଜା, ଧରିତ୍ରୀ ପୂଜା, ବାହ୍ୟଦ୍ୱାର ପୂଜା, ଦୀକ୍ଷା ଗ୍ରହଣ, ଶିଳା ପ୍ରବେଶ ଓ ମଣ୍ଡଳ ପୂଜା ସରିବା ପରେ ପ୍ରାୟ ୨ଟା ବେଳକୁ ଅଗ୍ନି ସ୍ଥାପନ (ହବନ) ଓ ଯଜ୍ଞ କର୍ମ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବେଦବାଚସ୍ପତି ବୀରେନ୍ଦ୍ର କିଶୋର ତ୍ରିପାଠୀଙ୍କ ସହ ୨୫ଜଣ ବ୍ରାହ୍ମଣ ଓ ବେଦପାଠୀମାନେ ଯଜ୍ଞ କରିଥିଲେ।

ଆଜି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଯଜ୍ଞ ପୂର୍ଣ୍ଣାହୁତି ହେଉଛି। ଏଥିପାଇଁ ସକାଳ ୬ଟା ୩୦ ପରେ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶାଳା ପୂଜା, ଅଗ୍ନିପୂଜା ଓ ବଦନ ପରେ ୯ଟା ୩୦ ବେଳକୁ ଶିଳା ଶିଶୋଧନ, ଶିଳା ପ୍ରତିଷ୍ଠା, ଗର୍ଭ ସଂସ୍କାର ଓ ଶିଳାନ୍ୟାସ କର୍ମ କରାଯିବା ପରେ ଯଜ୍ଞ ପୂର୍ଣ୍ଣାହୁତି ହୋଇଛି।

ସେୟାର କରନ୍ତୁ

Next Post

ବିଶ୍ବର ୧୫୦ଟି ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ ‘ଆଇଆଇଟି-ବମ୍ବେ’; ଭାରତରେ ମଧ୍ୟ ୧ ନମ୍ବର: ‘କ୍ବାକ୍ବାରେଲି ସାଇମଣ୍ଡ୍‌ସ୍‌’

Wed Jun 28 , 2023
ବାସ୍ତବ ବ୍ୟୁରୋ: ଆଜି ‘କ୍ବାକ୍ବାରେଲି ସାଇମଣ୍ଡ୍‌ସ୍‌’ (କ୍ୟୁଏସ୍‌) ରିଲିଜ୍‌ କରିଥିବା ‘ୱାର୍ଡଲଡ୍‌ ୟୁନିଭର୍ସିଟି ରାଙ୍କିଙ୍ଗ୍‌’ରେ ସମଗ୍ର ବିଶ୍ବର ୧୫୦ଟି ଶ୍ରେଷ୍ଠ ବିଶ୍ବବିଦ୍ୟାଳୟରୁ ‘ଆଇଆଇଟି-ବମ୍ବେ’ ଅନ୍ୟତମ ବୋଲି ଉଲ୍ଲେଖ ଅଛି। ମୁମ୍ବାଇର ‘ଦି ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି’ ବା ‘ଆଇଆଇଟି-ବମ୍ବେ’ ମଧ୍ୟ ଅଫିସିଆଲ୍‌ ଷ୍ଟେଟ୍‌ମେଣ୍ଟ୍‌ ଜାରି କରି ଏ କଥା ସୂଚନା ଦେଇଛି। ପ୍ରଥମ କରି ସର୍ବୋଚ୍ଚ ରାଙ୍କ୍‌କୁ ଉଠିଥିବାରୁ ‘କ୍ୟୁଏସ୍‌’ର ସଂସ୍ଥାପକ ତଥା ‘ସିଇଓ’ ନନ୍‌ଜିଓ କ୍ବାକ୍ବାରେଲି ମଧ୍ୟ […]

You May Like

Pin It on Pinterest