ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ ହେଲା ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ;ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ବାସ୍ତବ ବ୍ୟୁରୋ: ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି ପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା।

୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ-ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି।

ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇଟି ଓ ଆଇଟି ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇଟି ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି। ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଜିଲ୍ଲାପାଳ ଖୋର୍ଦ୍ଧା କେ ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ। ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା , ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ ୧୦ ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି। ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି।

ପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲଡ଼ିଂର ଶିଳାନ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା,ରାଜ୍ୟ ପଣ୍ୟାଗାର ନିଗମର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ।

ସେୟାର କରନ୍ତୁ

Next Post

ଜୁଲାଇ ୧୩ରେ ଚନ୍ଦ୍ରୟାନ-୩ ଉତକ୍ଷେପଣ: ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ

Mon Jul 3 , 2023
ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]

You May Like

Breaking News

Pin It on Pinterest