ବାହାନଗା ଟ୍ରେନ ଟ୍ରାଜେଡି : ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବିତ

ବାସ୍ତବ ବ୍ୟୁରୋ: ବାହାନଗା ଟ୍ରେନ ଟ୍ରାଜେଡିରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ରା ସୁଚନା ଦେଇଛନ୍ତି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା ।

ସିଗ୍ନାଲିଂ ସର୍କିଟ୍ ବଦଳାଯିବା ବେଳେ ବୈଷୟିକ ତ୍ରୁଟି ଯୋଗୁଁ ଇଣ୍ଟର୍ଲକିଂ ସିଷ୍ଟମ୍ ପ୍ରଭାବିତ ହୋଇଥିଲା ଓ ଏହି କାରଣରୁ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସିଆର୍ଏସ୍ ରିପୋର୍ଟ ଦେଇଥିଲେ । ସେହି ରିପୋର୍ଟକୁ ଆଧାର କରି ଉକ୍ତ ଗିରଫଦାରୀ ହୋଇଥିବା କୁହାଯାଉଛି। ତେବେ ଦୁର୍ଘଟଣା ପଛରେ କୌଣସି ଅନ୍ତର୍ଘାତୀ ବା ଷଡଯନ୍ତ୍ର ଥିବା ବାବଦରେ ଏ ଯାଏ କିଛି ସ୍ପଷ୍ଟ ହୋଇନାହିଁ ।

ସେୟାର କରନ୍ତୁ

Next Post

୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Wed Jul 12 , 2023
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ […]

You May Like

Pin It on Pinterest