ବାସ୍ତବ ବ୍ୟୁରୋ: ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।
ଆସନ୍ତା ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହେବ। ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ପରେ ନେତାଜୀ ମ୍ୟୁଜିୟମ ବୁଲି ଯିବା ସହ କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।
ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏନେଇ କଟକ ଓ ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି।



