ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ

ବାସ୍ତବ ବ୍ୟୁରୋ: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି ।

କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି । ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି । ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି ।

ସେହିପରି ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ(୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ(୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି ।

ସେୟାର କରନ୍ତୁ

Next Post

ଆସନ୍ତା କଲିଠାରୁ ପ୍ରବଳ ବର୍ଷା,୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ...

Sat Jul 15 , 2023
ପ୍ରମୋଦ ନାୟକ(ଭୁବନେଶ୍ବର): କ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାଇ,ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ଓ ୧୭ ତାରିଖରେ […]

You May Like

Pin It on Pinterest