୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୫ ଦିନ ବର୍ଷାରୁ ନାହିଁ ନିସ୍ତାର ।

ବାସ୍ତବ ବ୍ୟୁରୋ: ଆଜି ସକାଳ ସମୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବତ୍ତୀ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଲଗ୍ନ ଓଡିଶା ଉପକୂଳରେ କେନ୍ଦ୍ରୀଭୂତ ଅଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବରଗଡ, ବୌଦ୍ଧ, ସୋନପୁର, ଏବଂ ସମ୍ବଲପୁର ପ୍ରଭୃତି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର (୭ ରୁ ୨୦ ସେମି) ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ କମଳା ବା ଅରେଞ୍ଜ ଚେତାବନୀ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଅନୁଗୁଳ, ନୟାଗଡ, କଟକ ଏବଂ ଢ଼େଙ୍କାନାଳ .ଜିଲ୍ଲାରେ ପ୍ରବଳ ବର୍ଷାର (୭ରୁ ୧୧ ସେମି) ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସକ୍ରିୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୨ ତାରିଖ ଯାଏଁ ଝଡପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବୋହିବାର ସମ୍ଭାବନା ରହିଛ।ି ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସମ୍ପୂର୍ଣ୍ଵ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଶୁକ୍ରବାର) ଆକାଶ ମେଘାଛନ୍ନ ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ସେପଟେ ୫ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ । ଲଘୁଚାପ ଥିବାରୁ ରାଜ୍ୟରେ ପ୍ରାୟ ସବୁ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ଦିନେ, ଦୁଇ ଦିନ ବର୍ଷା ଲାଗିରହିବ । ତା’ ପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ତେଣୁ ଏନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ଏସଆରସି । ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ସବୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବାକୁ କୁହାଯାଇଛି ।

ସେୟାର କରନ୍ତୁ

Next Post

ରୋଜଗାର ମେଳାରେ ୭୦,୦୦୦ଜଣଙ୍କୁ ନିଯୁକ୍ତ ପତ୍ର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

Sat Jul 22 , 2023
ବାସ୍ତବ ବ୍ୟୁରୋ: ଆଜି ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେଗୁଡ଼ିଏ ସରକାରୀ ବିଭାଗରେ ଚାକରି ପାଇଁ ମନୋନୀତ ହୋଇଥିବା ୭୦,୦୦୦ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଦେଶର ୪୪ଟି ସ୍ଥାନରେ ସରକାରୀ ଅଧିକାରୀ ଓ ନବ ମନୋନୀତ ପ୍ରାର୍ଥୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଆଜି ନିଯୁକ୍ତିପତ୍ର ପାଇଥିବା ପ୍ରାର୍ଥୀମାନେ ରାଜସ୍ବ ବିଭାଗ, ଅର୍ଥନୈତିକ ସେବା ବିଭାଗ, ଡାକ ବିଭାଗ, ସ୍କୁଲ୍‌ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା […]

You May Like

Pin It on Pinterest