ଆହୁରି ୩ ଦିନ ବର୍ଷିବ ; ୨୬ରୁ ବଢ଼ିବ ବର୍ଷା…

ବାସ୍ତବ ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ। ମୌସୁମୀଜନିତ ନିମ୍ନ ଚାପରେଖା ଏବେ ଜୈସାଲମେରରୁ ବାହାରି ଦେସା, ରତ୍‌ଲମ୍‌, ବେତୁର, ଚନ୍ଦ୍ରପୁର, କୋଣ୍ଡାଗାଁଓ ହୋଇ ଗୋପାଳପୁରରୁ ଦକ୍ଷିଣପଶ୍ଚିମରୁ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପଟେ, ଗତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଛି। କିନ୍ତୁ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ସହ ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ପୂର୍ବରୁ ରହିଥିବା ଘୂର୍ଣ୍ଣିବଳୟଟି ମିଶିଯାଇଛି। ଏହା ଆସନ୍ତା ୨୪ ତା‌ରିଖ ଆଡ଼କୁ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବ। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଫଳରେ ରାଜ୍ୟରେ ୨୬ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ବିଶେଷକରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କା‌ନାଳ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହି ସବୁ ଅଞ୍ଚଳ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସତର୍କ ରହିବାକୁ ଚେତାବନୀ ଦିଆଯାଇଛି।

ସେୟାର କରନ୍ତୁ

Next Post

ଲଗାଣ ବର୍ଷାରେ ଗୁଜରାଟ ସ୍ଥିତି ବେହାଲ

Sun Jul 23 , 2023
ବାସ୍ତବ ବ୍ୟୁରୋ: ଲଗାଣ ବର୍ଷା ଯୋଗୁ ଗୁଜରାଟ ସ୍ଥିତି ବେହାଲ । ବର୍ଷା ଯୋଗୁ ଗୁଜରାଟରେ ବନ୍ୟା ସମସ୍ୟା ଦେଖା ଦେଇଛି । ବନ୍ୟା କେବଳ ଗ୍ରାମାଞ୍ଚଳକୁ ପ୍ରଭାବିତ କରିନି, ବରଂ ସହରାଞ୍ଚଳରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ରାଜ୍ୟର ଅନ୍ୟତମ ବଡ଼ ସହର ଅହମଦାବାଦ ଏୟାରପୋର୍ଟରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି। ଏୟାରପୋର୍ଟର ଭିତର ଅଂଶ ଠାରୁ ଆରମ୍ଭ କରି ବାହାରେ ବର୍ଷା ପାଣି ସୁଅ ମାରୁଛି। ସହରର […]

You May Like

Pin It on Pinterest