ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛ, ସେଥିପାଇଁ ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ପ୍ରଭୃତି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଗୁରୁବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବିକ୍ଷିପ୍ତ ବର୍ଷା ଲାଗି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ସେୟାର କରନ୍ତୁ

Next Post

ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ ଘଟି ୮ ମୃତ....

Sat Jul 29 , 2023
ବାସ୍ତବ ବ୍ୟୁରୋ: ଆଜି ସକାଳେ ତାମିଲନାଡୁର କୃଷ୍ଣଗିରିରେ ଥିବା ଗୋଟାଏ ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ ଘଟି ୮ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ କେତେଜଣ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ତୀବ୍ର ଥିଲା ଯେ, ପାଖରେ ଥିବା ଗୋଟାଏ ହୋଟେଲ୍‌ ଭାଙ୍ଗିପଡ଼ିବା ସହିତ ଆଉ ୪ଟି କୋଠାଘର ମଧ୍ୟ ଆଂଶିକ ଭାଙ୍ଗିଯାଇଛି। ହୋଟେଲ୍‌ ଓ କୋଠାଘରର ଭଗ୍ନସ୍ତୂପ ତଳେ ଅନେକ ଲୋକ ଫସି ରହିଥିବା […]

You May Like

Pin It on Pinterest