୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍‌ ଘୋଷଣା ; ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ…

ବାସ୍ତବ ବ୍ୟୁରୋ: ୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍‌ ଘୋଷଣା କରାଯାଇଥିବା ବେଳେ ଏଥିରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ପୁଣି ଥରେ ନିଜ ପଦ ବଜାୟ ରଖିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ୩୮ ନେତାଙ୍କ ନାମ ଘୋଷଣା କରାଯାଇଛି । ବୈଜୟନ୍ତ ପଣ୍ଡା ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ ସକ୍ଷମ ହୋଇଛନ୍ତି।

ବିଜେପି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି। ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି। ଏହା ବ୍ୟତୀତ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି। ୧୩ ଜଣ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହୋଇଛନ୍ତି। ୮ ଜଣ ରାଷ୍ଟ୍ରୀୟ ମହାମନ୍ତ୍ରୀ ହୋଇଥିବା ବେଳେ ୧୩ ଜଣ ରାଷ୍ଟ୍ରୀୟ ସଚିବ ହୋଇଛନ୍ତି। ଏହା ସହିତ ଜଣେ ଲେଖାଏ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ, ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ, କୋଷାଧ୍ୟକ୍ଷ ଓ ସହ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି।

ସେୟାର କରନ୍ତୁ

Next Post

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ଲାଗିରହିବ ବର୍ଷା...

Sat Jul 29 , 2023
ବାସ୍ତବ ବ୍ୟୁରୋ: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏନେଇ ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା […]

You May Like

Pin It on Pinterest