ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ଲାଗିରହିବ ବର୍ଷା…

ବାସ୍ତବ ବ୍ୟୁରୋ: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏନେଇ ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ୧୪ଟି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼। ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ   ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।

ସେୟାର କରନ୍ତୁ

Next Post

ଟ୍ରାଞ୍ଜାକ୍ଟ ଆନାଲିସିସ ଓ କ୍ୟାମେରା ଟ୍ରାପ ଜରିଆରେ ଅକ୍ଟୋବରରୁ ହେବ ବାଘ ଗଣନା....

Sat Jul 29 , 2023
ବାସ୍ତବ ବ୍ୟୁରୋ: ରାଜ୍ୟରେ ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା। ଦୁଇଟି ପର୍ଯ୍ୟାୟରେ ହେବ ଗଣନା। ଟ୍ରାଞ୍ଜାକ୍ଟ ଆନାଲିସିସ ଓ କ୍ୟାମେରା ଟ୍ରାପ ଜରିଆରେ ହେବ ବାଘ ଗଣନା। ଏନେଇ ସୂଚନା ଦେଇଛନ୍ତି ବନ ବିଭାଗର ବରିଷ୍ଠ ଅଧିକାରୀ । ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁସାରେ, “ଟ୍ରାଞ୍ଜାକ୍ଟ ଆନାଲିସିସରେ ପାଦ ଚିହ୍ନ, ସ୍କ୍ରାଚ ମାର୍କ ଆଦି ଆଧାରରେ ବାଘ ଗଣନା କରାଯିବ। CCTV କ୍ୟାମେରା ଟ୍ରାପ୍ ଜରିଆରେ ବାଘର ଚଳପ୍ରଚଳକୁ […]

You May Like

Pin It on Pinterest