ବାସ୍ତବ ବ୍ୟୁରୋ-ଆଜି ଆଉ ୪ଜଣ କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ପାଇଛି । ୪ଜଣ ଆକ୍ରାନ୍ତ ଯାଜପୁର ଜିଲ୍ଳାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ୪ ଜଣଙ୍କୁ ମିଶାଇ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଂଚିଥିବାବେଳେ ଜଣେ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୧୧ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏହାସହ ଓଡ଼ିଶାରେ ୮୭ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୩ଜଣ ରାଜ୍ୟରେ କରୋନା ଆକ୍ରାନ୍ତରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
