ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ;ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର…

ବାସ୍ତବ ବ୍ୟୁରୋ: ଗଭୀର ଅବପାତ ପ୍ରଭାବରେ ମଙ୍ଗଳବାରଠାରୁ ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଥିବା କଥା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ତେବେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ। ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ। ଏହି ଜିଲ୍ଲାମାନଙ୍କରେ ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

ଅତି ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍‌ ଆଶଙ୍କା ସୃଷ୍ଟି ପୂର୍ବାନୁମାନ କରାଯାଇଛି। ରେଡ୍ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ।

ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର।

ଲଗାଣ ବର୍ଷା ପାଇଁ ଆଜି ୧୪ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା ହୋଇଛି।

ଅନ୍ୟପକ୍ଷରେ, ରାଜ୍ୟରେ ଲାଗି ରହିଥିବା ବର୍ଷା ଯୋଗୁ ବିଭିନ୍ନ ନଦୀରେ ଦେଖାଦେଇଛି ବନ୍ୟା ସ୍ଥିତି। ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ଥିବା ବେଳେ ଏହାର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

SRC ସତ୍ୟବ୍ରତ ସାହୁ ଆଜି ଲଗାଣ ବର୍ଷା ନେଇ ରାଜ୍ୟରେ ଉପୁଜିଥିବା ସ୍ଥିତିର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଏହି ବୈଠକରେ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆବଶ୍ୟକ ସ୍ଥଳେ ରାସ୍ତା କ୍ଲିଅର କରିବାକୁ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି।

ଲଗାଣ ବର୍ଷା ହେତୁ ବୈତରଣୀ ଓ ବଂଶଧାରା ଫୁଲିବାକୁ ଲାଗିଛନ୍ତି। ବୌଦ୍ଧରେ ମହାନଦୀ ବନ୍ୟା ନିରୋଧୀ ପାଚେରୀ ଭାଙ୍ଗି ଯାଇଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୦ଟା ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୫ଟିକୁ ଅରେଞ୍ଜ ଓ ୬ଟିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟଧିକ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ଫ୍ଲାଶଫ୍ଲଡର ଆଶଙ୍କା ରହିଛି। ତେଣୁ ଅଫିସରଙ୍କୁ ଜିଲ୍ଲା ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସେୟାର କରନ୍ତୁ

Next Post

ଶ୍ରମିକ ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ ବର୍ଗ ସାମିଲ : ଦୁର୍ଘଟଣାରେ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କାକୁ ବୃଦ୍ଧି

Wed Aug 2 , 2023
ବାସ୍ତବ ବ୍ୟୁରୋ: ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର […]

You May Like

Pin It on Pinterest