ବାସ୍ତବ ବ୍ୟୁରୋ: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଭଳି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି ।
ଆଗାମୀ ଶିକ୍ଷାବର୍ଷ ଅର୍ଥାତ୍ ୨୦୨୪-୨୫ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ଯୋଗାଇ ଦେବେ ମାଗଣା ପାଠ୍ୟପୁସ୍ତକ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ।