ସ୍ୱାଧୀନତା ଦିବସ ପାଇଁ ପ୍ରଦର୍ଶନୀ ପଡ଼ିଆରେ ଜୋରଦାର ପ୍ରସ୍ତୁତି

ବାସ୍ତବ ବ୍ୟୁରୋ: ଦିନକ ପରେ ଦେଶ ପାଳିବ ୭୭ ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାରରେ ପ୍ରସ୍ତୁତି କରାଯାଇଛି । ହାତରେ ଆଉ ଗୋଟିଏ ଦିନ ସମୟ ଥିବାରୁ ଆଜି ଫୁଲଡ୍ରେସ୍ ରିହରସାଲ କରାଯାଇଛି ।

ଆଜି ପରେଡ୍ ରିହରସାଲରେ ସାମିଲ ହୋଇଥିଲେ ପୋଲିସ ଡିଜି ସୁନୀଲ ବଂଶଲ । ପୋଲିସ ଡିଜି କହିଛନ୍ତି ସ୍ୱାଧୀନତା ଦିବସ ପାଇଁ ସାରା ରାଜ୍ୟରେ ବ୍ୟାପକ ବ୍ୟବସ୍ଥା ହୋଇଛି । ମାଓ ଅଧ୍ୟୁଷିତ ଅଂଚଳକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଏସବୁ ଅଂଚଳରେ ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଥିବା ପୋଲିସ ଡିଜି ସୂଚନା ଦେଇଛନ୍ତି । ସେହିପରି ପୋଲିସ କମିଶନର କହିଛନ୍ତି, ରାଜ୍ୟସ୍ତରୀୟ ପରେଡ ପାଇଁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯାଇଛ । ମୁଖ୍ୟମନ୍ତ୍ରୀଙ୍କ ଅଭିବାଦନ ଗ୍ରହଣ କାର୍ଯ୍ୟଥିବାରୁ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ପୋଲିସ କମିଶନର ।

ସେୟାର କରନ୍ତୁ

Next Post

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା

Sun Aug 13 , 2023
ବାସ୍ତବ ବ୍ୟୁରୋ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅଗଷ୍ଟ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, […]

You May Like

Pin It on Pinterest