
ବାସ୍ତବ ବ୍ୟୁରୋ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୪ ଅଗଷ୍ଟ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ, ରାଜ୍ୟରେ ଅଗଷ୍ଟ ୧୫ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।