ଆସନ୍ତା ୧୬ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ

ବାସ୍ତବ ବ୍ୟୁରୋ: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରୀ ୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ ।

ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେହିପରି ଅର୍ଥ ମନ୍ତ୍ରୀ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗ ଦେବେ ।

ସେୟାର କରନ୍ତୁ

Next Post

ରାଉରକେଲା-ଭୁବନେଶ୍ୱର ମଧ୍ୟରେ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ୍

Mon Aug 14 , 2023
ବାସ୍ତବ ବ୍ୟୁରୋ: ଓଡ଼ିଶାକୁ ମିଳିବ ଆଉ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ । ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ଭୁବନେଶ୍ୱର ରେଳଷ୍ଟେସନଠାରେ ଅତ୍ୟାଧୁନିକ ତେଜସ୍ ରେକଯୁକ୍ତ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି, “ଓଡ଼ିଶାରେ ଦ୍ୱିତୀୟ ବନ୍ଦେ […]

You May Like

Pin It on Pinterest