ଆଜି ୨ଦିନିଆ ଓଡ଼ିଶା ଗସ୍ତରେ ନିର୍ମଳା ସୀତାରମଣ

ବାସ୍ତବ ବ୍ୟୁରୋ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ।

ଏହା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ଶଦାଶିବ କ୍ୟାମ୍ପସରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପଣ କରିବେ । ପୂର୍ବହ୍ନ ପ୍ରାୟ ସାଢେ ୧୦ଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଭୁବନେଶ୍ୱର ଫେରିଆସିବେ ନିର୍ମଳା ସୀତାରମଣ୍ । ଭୁବନେଶ୍ୱରରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ । ଅପରାହ୍ଣ ୫ଟାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଂଟାଂଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ରାତିରେ ଦିଲ୍ଲୀ ଫେରିଯିବେ ନିର୍ମଳା ସୀତାରମଣ୍ ।

ସେୟାର କରନ୍ତୁ

Next Post

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପୟୀଙ୍କ ପୁନ୍ୟତିଥି

Wed Aug 16 , 2023
ବାସ୍ତବ ବ୍ୟୁରୋ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି । ଏହି ଅବସରରେ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜି ଭାରତରତ୍ନ […]

You May Like

Pin It on Pinterest