୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳ ବର୍ଷା

ବାସ୍ତବ ବ୍ୟୁରୋ: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ରାଜ୍ୟରେ ଅଗଷ୍ଟ ୧୮/୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଜାରି ସତର୍କ ସୂଚନାନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ବରଗଡ଼, ରାୟଗଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାବାଦ୍‌ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ଅନୁଗୁଳ, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ସେୟାର କରନ୍ତୁ

Next Post

ଫେବ୍ରୁଆରୀ ୧୪ରୁ ଯୁକ୍ତ ଦୁଇ ପରୀକ୍ଷା; ନଭେମ୍ବରରେ ଫର୍ମଫିଲପ୍

Thu Aug 17 , 2023
ବାସ୍ତବ ବ୍ୟୁରୋ: ଫେବ୍ରୁଆରୀ ୧୪ରୁ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୩ ତାରିଖ ଯାଏଁ ପରୀକ୍ଷା ଚାଲିବ । ଏହି ଅବଧି ମଧ୍ୟରେ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୂଆ କ୍ୟାଲେଣ୍ଡର ଜାରି କରାଯାଇ ଏହି ଘୋଷଣା ହୋଇଛି । ୨୦୨୪ ଏପ୍ରିଲ ଶେଷ ସପ୍ତାହ କିମ୍ବା ମେ’ […]

You May Like

Pin It on Pinterest