ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

ବାସ୍ତବ ବ୍ୟୁରୋ: ଆଜି ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରୁ ଓକିଲାତି କ୍ୟାରିୟର ଆରମ୍ଭ କରିଥିବା ବେଳେ ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ତାଙ୍କ ପାଖରେ ରହିଛି। ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କ ସ୍ୱତନ୍ତ୍ର ଦକ୍ଷତା ରହିଛି।

ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୨୦୦୪ ମସିହାରେ ଫାଷ୍ଟ ଟ୍ରାକ୍ କୋର୍ଟର ବିଚାର ବିଭାଗରେ ଯୋଗ ଦେଇଥିଲେ।  ୨୦୧୩ରେ ଜିଲ୍ଲା ଜଜ୍‌ ରେଗୁଲାର କ୍ୟାଡରରେ ଯୋଗ ଦେଇଥିଲେ। ଏହାସହ ରାଜ୍ୟ ସରକାରଙ୍କ ବିଭିନ୍ନ ପଦ ପଦବୀରେ ସେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଛନ୍ତି।

ସେୟାର କରନ୍ତୁ

Next Post

ଆଜି ପବିତ୍ର ଜନ୍ମାଷ୍ଟମୀ

Wed Sep 6 , 2023
ବାସ୍ତବ ବ୍ୟୁରୋ: ଆଜି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ। ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, […]

You May Like

Pin It on Pinterest